ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା ।

ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।
ତେଣେ ପ୍ରବଳ ଶୀତରେ ନୂଆବର୍ଷକୁ ସ୍ୱାଗତ କରିବେ ରାଜ୍ୟବାସୀ । ଆସନ୍ତା ୩୦ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବା ସହ ପ୍ରବଳ ଶୀତ ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବରଗଡ଼, ବଲାଙ୍ଗୀର, ନୂଆପଡ଼ା,ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ବର୍ଷା ହେବ । ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ନୂଆବର୍ଷରେ ଶୁଖିଲା ପାଗ ରହିବ ଓ ଶୀତ ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।