ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ୩ ଘଣ୍ଟିଆ ୟେଲୋ ସତର୍କତା ଜାରି କରାଯାଇଛି। ୨୩ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୪ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ୭୦ରୁ ୧୧୦ ମିମି ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।